ପୁଣି ଫେରିବ ମୌସୁମୀ ବର୍ଷା

ଭୁବନେଶ୍ବର: । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୬ ତାରିଖରେ ବର୍ଷାର ପରିମାଣ ବଢିବ। ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି। ବନ୍ୟା ପରିସ୍ଥିତ ସୃଷ୍ଟି ହେବାର ଆଶଙ୍କା ଥିବାରୁ ସତର୍କ ରହିବାକୁ କୁହାଯାଇଛି।

Leave A Reply

Your email address will not be published.