ପୁଣି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ପାଖାପାଖି ସପ୍ତାହେ ବ୍ୟବଧାନରେ ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ବଙ୍ଗୋପ ସାଗରେ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌ । ଯାହା ଫଳରେ ଏକ ସପ୍ତାହର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇଛି ଏହି ମୌସୁମୀ । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବରଗଡ଼, ଝାରସୁଗୁଡା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ତେବେ ପାରାଦୀପରେ ଗତ ୨୪ ଘଣ୍ଟାରେ ୫୩ ମିଲି ଲିଟର ବର୍ଷା ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.