ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା: ରଥ ନିର୍ମାଣ ଅନୁକୂଳ ସହ ୨୧ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ

ପୁରୀ(କେନ୍ୟୁଜ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ମହାପ୍ରଭୁଙ୍କ ଜଳକ୍ରୀଡ଼ା, ପୋଲିସ ଟ୍ରାପିକ ବ୍ୟବସ୍ଥା, ପାନୀୟ ଜଳ ରାସ୍ତା, ବିଦ୍ୟୁତ୍‌ ଯୋଗାଣ ଓ ସ୍ୱାସ୍ଥ୍ୟ ସେବା ପ୍ରତି ଗୁରୁତ୍ୱ ଦିଆଯାଇଛି। ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରଣୀ ସଜେଇ ହେଉଥିବାବେଳେ ଚାପରେ ବ୍ୟବହୃତ ଡଙ୍ଗାର ମରାମତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.