ଆତଙ୍କୀ ଲିଙ୍କରେ କଟକର ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ, ଆଜି ହେବ ଦଣ୍ଡାଦେଶ

ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଆଜି ଘୋଷଣା କରିବେ ଦଣ୍ଡ।

କଟକ (କେନ୍ୟୁଜ): ଅଲ୍‌ କାଏଦା ଆତଙ୍କବାଦୀ କାର୍ଯ୍ୟକଳାପରେ ଗିରଫ ମହମ୍ମଦ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ଆଜି ହେବ ଦଣ୍ଡ ବିଧାନ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଆଜି ଦଣ୍ଡ ଘୋଷଣା କରିବେ। ପଟିଆଲା ହାଉସ କୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ରେହମାନକୁ ଆତଙ୍କବାଦୀ ଲିଙ୍କରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ। ତାସହ ଆଉ ୩ ଜଣ ଆତଙ୍କୀ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ।

ରେହମାନ ସହ ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ହେଲେ ମହମ୍ମଦ ଆସିଫ୍‌, ଜାଫର ମାସୁଦ ଓ ଅବଦୁଲ ସାମି । ଏମାନଙ୍କ ବିରୋଧରେ ଅନ୍‌ଲଫୁଲ୍‌ ଆକ୍ଟିଭିଟିଜ୍‌ ପ୍ରିଭେନସନ୍‌ ଆକ୍ଟର ଧାରା ୧୮, ୧୮-ବିରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଯେଉଁ ଦଫାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ କରାଯାଇଛି ସେଥିରେ ଆଜୀବନ କାରାଦଣ୍ଡାଦେଶ ହେବାର ସମ୍ଭାବନା ରହିଛି ।

୨୦୧୫ ମସିହା ଡିସେମ୍ବର ୧୬ ତାରିଖରେ ଜଗତପୁର ପଶ୍ଚିମକଛ ଗାଁରୁ କମିଶନରେଟ ପୋଲିସ ସହାୟତାରେ ଗିରଫ କରିଥିଲା ଦିଲ୍ଲୀ ପୋଲିସ । ତଦନ୍ତ ବେଳେ ଅବଦୁର ରେହମାନର ଅନ୍ତର୍ଜାତୀୟ ଆତଙ୍କବାଦ ଲିଙ୍କ ନେଇ ସୁରାକ ମିଳିଥିଲା । ଦିଲ୍ଲୀ ପୋଲିସ ଚାର୍ଜସିଟରେ ଦର୍ଶାଇଥିଲା ଅବଦୁର ରେହମାନ ପାକିସ୍ତାନ ଯାଇଥିଲା । ସେଠାରେ ୨୬/୧୧ ମୁମ୍ବାଇ ଆକ୍ରମଣର ମୋଷ୍ଟ ଓ୍ଵାଣ୍ଟେଡ୍‌ ଜାକି-ଉର-ରେହମାନ ଓ ସାଜିଦକୁ ଭେଟିଥିଲା ରେହମାନ । ଏମିତିକି ସେଠାରେ ଥିବା ଅଲକାଏଦା ଆତଙ୍କବାଦୀ ସଙ୍ଗଠନ ମିଶି ଟ୍ରେନିଂ ନେଇଥିବା ଜଣାପଡିଥିଲା । ବେଆଇନ ମଦ୍ରାସା ଚଳାଇବା, ଅସ୍ତ୍ରଶସ୍ତ୍ର ତାଲିମ ଦେବା ଓ ଉତ୍ତେଜନା ପ୍ରବଣ ଭାଷଣ ଦେବା ଆଦିର ପ୍ରମାଣ NIA ହାତରେ ଲାଗିଥିଲା । ରେହମାନକୁ ରିମାଣ୍ଡରେ ନେଇ ମାମଲାର ଟିକିନିଖି ତଦନ୍ତ କରିଥିଲା ଦିଲ୍ଲୀ ପୋଲିସ । ଏଥିସହ ଏନଆଇଏ ଏବଂ ଓଡ଼ିଶା କ୍ରାଇମବ୍ରାଞ୍ଚ ମଧ୍ୟ ତଦନ୍ତ କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.