ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି ଅଣସର ଦର୍ଶନ । ଏହି ସମୟରେ ଅଲାରନାଥରେ ବିଷ୍ଣୁ ରୂପରେ ଦର୍ଶନ ଦେବେ ମହାପ୍ରଭୁ । ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ପୂଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି। ଏଥିପାଇଁ ବ୍ରହ୍ମଗିରି ସ୍ଥିତ ଅଲାରନାଥଙ୍କ ମନ୍ଦିରରେ ବ୍ଯାପକ ବ୍ଯବସ୍ଥା କରାଯାଇଛି। ଏହି ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ବେଶ ଧାରି ଶିଳାବ୍ରହ୍ମ ଶ୍ରୀ ଅଲାରନାଥ ଦେବ ନାରାୟଣ ଦେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଇଥାଆନ୍ତି ।
ଆଜିଠାରୁ ୧୩ ଦିନ ଯାଏଁ ଚାଲିବ ଦର୍ଶନ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କରାଯାଇଛି ବ୍ଯାପକ ବ୍ଯବସ୍ଥା। ବ୍ଯାରିକେଡରେ ଯାଇ ଅଲାରନାଥଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଅଲାରନାଥଙ୍କୁ ଦର୍ଶନ କରିବା ସହ କ୍ଷୀରି ଭୋଗ ପାଇବାକୁ ଶ୍ରଦ୍ଧାଳୁଙ୍କ ମଧ୍ଯରେ ଉତ୍ସାହ ଦେଖିବାକୁ ମିଳିଛି। ସ୍ନାନ ପୂର୍ଣ୍ଣିମାରେ ଅତ୍ଯଧିକ ସ୍ନାନ ହେତୁ ଜ୍ବରରେ ପୀଡିତ ମହାପ୍ରଭୁ। ଅଣସର ଘରେ ଦଇତାପତି ସେବାୟତଙ୍କ ଦ୍ବାରା ଚାଲିଛି ଗୁପ୍ତ ଉପଚାର।