ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ଆଜିଠୁ ୨ ଦିନ ଛୁଟି ଘୋଷଣା, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ):  ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ  ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ।

ସୂଚନାଥାଉକି, ଆସନ୍ତାକାଲି ପୌର ନିର୍ବାଚନ ପାଇଁ ମତଦାନ ହେବ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ବିଭିନ୍ନ ବୁଥ୍‌ ମୁହାଂ ପୋଲିଂ ପାର୍ଟି। ଯାହାକୁ ନଜରରେ ରଖି ଏହି ନିଷ୍ପତି ନିଆଯାଇଛି।

ଆସନ୍ତାକାଲି ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ଚାଲିବ ଭୋଟ୍‌ ଗ୍ରହଣ । ରାଜ୍ୟର ୪୭ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗର ନିଗମରେ ହେବ ନିର୍ବାଚନ । ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରିଛନ୍ତି ନିର୍ବାଚନ ଅଧିକାରୀ ।

ଭୁବନେଶ୍ୱର ମହାନଗର ନିଗମରେ ୬୭ଟି ୱାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର ହୋଇଛି । ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ମୋଟ୍‌ ୧ ହଜାର ୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪ ହଜାର ୩୭୩ ବୁଥରେ ୪୦ ଲକ୍ଷ ୫୫ହଜାର ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । ପୌର ନିର୍ବାଚନରେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ବିଏମସି ପାଇଁ ୩୦, ସିଏମସି ପାଇଁ ୨୦ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.