ରାଜ୍ୟ

ଏସ୍‌ସବି ସହ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଥିବା ଜୈବ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା ପ୍ରସଙ୍ଗ, ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ(କେନ୍ୟୁଜ): ଏସ୍‌ସବି ମେଡିକାଲ ସହିତ ରାଜ୍ୟର ଅନ୍ୟ ସମସ୍ତ ସରକାରୀ ହସ୍ପିଟାଲରେ ଥିବା ଜୈବ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା ପ୍ରସଙ୍ଗରେ ସତ୍ୟପାଠ ଦାଖଲ ନିର୍ଦ୍ଦେଶ। ସତ୍ୟପାଠ ଦାଖଲ ପାଇଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଏସସିବିର ଜୈବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟର ଇନସିନେରେଟର ଯଦି ଏ ପର୍ଯ୍ୟନ୍ତ ଠିକ୍‌ ହୋଇନଥିବ ତେବେ ତୁରନ୍ତ ମରାମତି ପାଇଁ ପଦକ୍ଷେପ ନେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ମେ ୧୩ ସୁଦ୍ଧା ସତ୍ୟପାଠ ଦାଖଲ କରିବେ ଓ ମେ ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି ।

ମୁଖ୍ୟ ବିଚାରତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ମେତ୍ରୀ ସଂସଦ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି । ଏସସିବିରେ ଜୈବ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା ପ୍ରସଙ୍ଗକୁ ନେଇ ୨୦୦୩ରେ ଦାୟର ଏହି ମାମଲା ବିଚାରାଧୀନ ଥିବା ବେଳେ ୨୦୦୮ରେ ଏସସିବିରେ ପ୍ଲାଣ୍ଟ ପ୍ରତିଷ୍ଠା କରାଯାଇଥିଲା । ପରବର୍ତ୍ତୀ ସମୟରେ ଇନସିନେରେଟର ଖରାପ ହୋଇଯିବାରୁ ପ୍ଲାଣ୍ଟ ଅଚଳ ହୋଇଥିଲା ।

ଶୁଣାଣି ସମୟରେ ଆବେଦନକାରୀଙ୍କ ପକ୍ଷରୁ ଆରଡିସିଙ୍କୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକ ୨୦୨୧ ଜାନୁଆରି ୧୨ରେ ଲେଖିଥିବା ଚିଠି ଉପସ୍ଥାପନ କରାଯାଇଥିଲା । ଇନସିନେରେଟର ମରାମତି ପାଇଁ ବାରମ୍ବାର ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶଙ୍କୁ ଅନୁରୋଧ କରାଯିବା ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ ବୋଲି ଏଥିରୁ ସ୍ପଷ୍ଟ ହୋଇଥିଲା । ଜୈବ ବର୍ଜ୍ୟବସ୍ତୁୁ ପରିଚଳନା କ୍ଷେତ୍ରରେ ରାଜ୍ୟର ପ୍ରମୁଖ ଅନୁଷ୍ଠାନରେ ଏଭଳି ଅବ୍ୟବସ୍ଥାକୁ ହାଇକୋର୍ଟ ଗୁରୁତ୍ୱର ସହ ଗ୍ରହଣ କରିବା ସହିତ ଜବାବ ତଲବ କରିଛନ୍ତି ।

Sonalisa

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

14 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

23 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

32 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

48 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago