ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ଗ୍ରୁପ-Aରୁ ଗ୍ରୁପ୍‌-Dର ସମସ୍ତ ସରକାରୀ ଅଧିକାରୀ

ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ OSDMA, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟି ଓ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ମନ୍ତ୍ରିମଣ୍ଡଳ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ଗ୍ରୁପ-Aରୁ ଗ୍ରୁପ୍‌-Dର ସମସ୍ତ ସରକାରୀ ଅଧିକାରୀ । ଏନେଇ ଏମଓୟୁ ସ୍ୱାକ୍ଷରିତ ହୋଇଛି । ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ OSDMA, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟି ଓ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି ।

ଏହି ଅବସରରେ ଏସଆରସି ସତ୍ୟବ୍ରତ ସାହୁ, ଉଚ୍ଚ ଶିକ୍ଷା ବିଭାଗର ସଚିବ, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟିର କୁଳପତି, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ, OSDMA ଏମଡିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.