ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ୫ ଦିନ ସ୍କୁଲ ଛୁଟି

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ଆସନ୍ତାକାଲିଠୁ ୫ ଦିନ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସୂଚନା ଦିଆଯାଇଛି । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ।

ଚଳିତ ବର୍ଷ ସ୍କୁଲ୍‌ର ଖରାଛୁଟି ଅବଧିକୁ କମାଇ ଦେଇଥିଲେ ରାଜ୍ୟ ସରକାର।  ୧୦ ଦିନରେ ସୀମିତ ରଖାଯାଇଥିଲା ଖରାଛୁଟି। ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। କିନ୍ତୁ ପ୍ରବଳ ଖରା ଯୋଗୁଁ ସ୍କୁଲ ଛୁଟି କରିବାକୁ ଅଭିଭାବକ ମାନେ ଦାବି କରିଥିଲେ । ତେବେ ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ହେଉଥିଲା । କିନ୍ତୁ ଆସନ୍ତା ୫ ଦିନ ଅତ୍ୟଧିକ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯିବା ପରେ ସ୍କୁଲ ଛୁଟି ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ ।

SCHOOL

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.