ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ

ଗଞ୍ଜାମ(କେନ୍ୟୁଜ୍): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷା ପ୍ରଭାବରେ ଗଞ୍ଜାମ ଜିଲ୍ଲାର ସ୍ଥିତି ବେହାଲ । ବିଭିନ୍ନ ନଦୀରେ ଜଳସ୍ତର ବଢିବାରେ ଲାଗିଛି। ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନ ଜଳମଗ୍ନ ହେବା ସହ ଅନେକ ଲୋକଙ୍କ ଘର ଭିତରେ ପାଣି ପଶି ଯାଇଛି । ପାଣି ସୁଅରେ ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟରେ ପୋଚକାନାଳ ଉପରେ ଥିବା ପୋଲ ଭୁଷୁଡି ପଡିଛି । ଫଳରେ ଆସିକା-ଦିଗପହଣ୍ଡି ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

schoolସାନଖେମୁଣ୍ଡି, ଦିଗପହଣ୍ଡି, ଶେରଗଡ଼, ହିଞ୍ଜିଳିକାଟୁ, ଚିକିଟି, ଧରାକୋଟ ବ୍ଲକର ବିଭିନ୍ନ ଗାଁ ବର୍ଷା ଦ୍ୱାରା ପ୍ରଭାବିତ ହୋଇଛି । ଏକର ଏକର ଚାଷ ଜମିରେ ପାମି ପସି ବ୍ୟାପକ ଫସଲ ନଷ୍ଟ ହୋଇଛି। ବର୍ଷା ପାଇଁ ଆଜି ଜିଲ୍ଲାର ସମସ୍କୁ ସ୍କୁଲ, କଲେଜକୁ ବନ୍ଦ ରଖାଯାଇଛି । ଅଙ୍ଗନଓ୍ଵାଡି କେନ୍ଦ୍ରକୁ ମଧ୍ୟ ବନ୍ଦ ଘୋଷଣା କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ତେବେ ଆଜି ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ରହିବେ । ସ୍କୁଲଗୁଡ଼ିକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରାଯିବ । ସେପଟେ ପ୍ରଭାବିତ ଅଞ୍ଚଳରେ ପ୍ରଶାସନ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.