ଆସନ୍ତାକାଲିଠୁ ରାଜ୍ୟରେ ସବୁ ସ୍କୁଲ କଲେଜ ବନ୍ଦ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

କେନ୍ୟୁଜ ବ୍ୟୁରୋ : ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କଲେ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ନେଇ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ରାଜ୍ୟର ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି । ତେବେ ଏଥିପାଇଁ ପରୀକ୍ଷା ପ୍ରଭାବିତ ହେବନି । ପୂର୍ବ କାର୍ଯ୍ୟସୂଚୀ ଅନୁଯାଇ ପରୀକ୍ଷା ଚାଲୁ ରହିବ ବୋଲି କହିଛନ୍ତି ସରକାର । ରାଜ୍ୟର ସବୁ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।