Below header

କାଲି ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ, ସରସ୍ୱତୀ ପୂଜାରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ବନ୍ଦ ରହିବ

କେନ୍ୟୁଜ୍(ବ୍ୟୁରୋ):  କାଲି ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। କଂଗ୍ରେସର ବନ୍ଦ ଡାକରା ପାଇଁ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି। ବନ୍ଦ ବେଳେ ଛାତ୍ରଛାତ୍ରୀ ଯେପରି ହଇରାଣ ନହେବେ ସେଥିପାଇଁ ଏହି ନିଷ୍ପତ୍ତି ନିଆଯାଇଛି।

ସେହିପରି ସରସ୍ୱତୀ ପୂଜାରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ବନ୍ଦ ରହିବ। ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ରାଜ୍ୟ କଂଗ୍ରେସ। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ପାଳନ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.