ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ସ୍କୁଲ ବନ୍ଦ, ସବୁ ବିଇଓମାନଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଜଗତସିଂହପୁର(କେନ୍ୟୁଜ୍): ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ। ସ୍କୁଲ ବନ୍ଦ କରିବାକୁ ସବୁ ବିଇଓମାନଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲ ଗୁଡିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲର ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦିଆଯାଇଛି।

ସୂଚନା ଥାଉକି, ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ନବୀନ । ମୁଖ୍ୟ ସଚିବ, SRC ଓ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ ସମୀକ୍ଷା ବୈଠକରେ ସାମିଲ ଥିଲେ । ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.