‘ଅସାନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି: ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି(କେନ୍ୟୁଜ): ଦୁର୍ବଳ ହେଲା ବାତ୍ୟା ଅସାନି । ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୪୦ କିଲୋମିଟର ଦୂରରେ ପଶ୍ଚିମ -କ୍ରେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କ୍ରେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ଏହା ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି।

ତେବେ ‘ଅସାନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଯାହାଫଳରେ ଆଜି ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ବାତ୍ୟା ଅସାନିକୁ ଦୃଷ୍ଟିରେ ରଖି ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ ।

ଅନ୍ଯପଟେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଅଞ୍ଚଳର ମୋଟ ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୫ ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି। ଦୁଇ ଦିନ ଧରି ବର୍ଷା ସମ୍ଭାବନା ଥିବାବେଳେ ଆଜି ସର୍ବାଧିକ ବର୍ଷା ହୋଇପାରେ। ଆଜି ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ ଓ ପୁରୀର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.