ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ, ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ବନ୍ଦ ଘୋଷଣା

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାରେ ଆଜି ବନ୍ଦ ରହିବ ସମସ୍ତ ସ୍କୁଲ୍‌ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।  ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି, ସ୍କୁଲ ଓ କଲେଜ ବନ୍ଦଘୋଷଣା କରାଯାଇଛି ।

ଅନ୍ୟପଟେ ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପାଟୁଆଖଲି ନିକଟ ଦେଇ ଅବପାତଟି ଅତିକ୍ରମ କରିଛି। ୬ ଘଣ୍ଟା ହେଲା ୮ କିମି ବେଗରେ ଗତି କରୁଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଦେଇ ଗତି କରିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ଗତକାଲି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଆଜି ଆହୁରି ବଢ଼ିବା ସମ୍ଭାବନା ରହିଛି। । କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like