୧୮ ରୁ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ, ପ୍ରଥମ ଦିନରୁ ମଧ୍ୟାହ୍ନ ଭୋଜନ ଦିଆଯିବା ନେଇ ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବ । ଏ ନେଇ ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯିବାକୁ କୁହାଯାଇଛି । ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟି ଦେବାକୁ ସରକାର ତାଗିଦ୍ କରିଛନ୍ତି । ସମସ୍ତ ଡିଇଓଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.