ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଆସନ୍ତାକାଲିଠୁ ୩ ଦିନ ଯାଏ ସବୁ ସ୍କୁଲ ଛୁଟି

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦେଖି ୩ ଦିନ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ତାପମାତ୍ରା ବୃଦ୍ଧି ଯୋଗୁ ଆସନ୍ତାକାଲିଠୁ ଅର୍ଥାତ ଏପ୍ରିଲ ୧୮ରୁ ୨୦ ତାରିଖ ଯାଏ ସବୁ ସ୍କୁଲ ବନ୍ଦ ରହିବ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୩ ଦିନ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ତାପମାତ୍ରା ବୃଦ୍ଧି ଯୋଗୁ ଆସନ୍ତାକାଲିଠୁ ଅର୍ଥାତ ଏପ୍ରିଲ ୧୮ରୁ ୨୦ ତାରିଖ ଯାଏ ସବୁ ସ୍କୁଲ ବନ୍ଦ ରହିବ।

ସୂଚନାଯୋଗ୍ୟ, ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା । ଖରାର ତାତିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ସବୁଠି ତାତି ଆଉ ଗୁଳୁଗୁଳିର ଅସହ୍ୟ ଯନ୍ତ୍ରଣା ହେଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ ଭଦ୍ରକ୍ , ବାଲେଶ୍ଵର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଢେଙ୍କାନାଳ , ଯାଜପୁର, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି, ଅନୁଗୁଳ, ବୌଦ୍ଧ ର କିଛି ସ୍ଥାନରେ ହିଟ ୱେଭ ନେଇ ସତର୍କ ସୂଚନା ଜାରି କରାଯାଇଛି । ପାଖାପାଖି ୨୦ ତାରିଖ ପର୍ଯ୍ୟନ୍ତ ଏଭଳି ଖରା ବା ଗରମର ପ୍ରଭାବ ରାଜ୍ୟରେ ରହିବ ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତା’ସହିତ ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ-ଆଦ୍ର ପାଣିପାଗ ସ୍ଥିତି ରହିବାର ସମ୍ଭାବନା ଥିବାରୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଖାସ୍‌ କରି ୧୮ ଓ ୧୯ ତାରିଖରେ ଖରା ପିକ୍‌ରେ ରହିବ। କିଛି ଜିଲ୍ଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ରେକର୍ଡ କରାଯିବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.