ରାଜ୍ୟ

କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି  ଗଣଶିକ୍ଷା ବିଭାଗ ନିଷ୍ପତ୍ତି, ନୂଆବର୍ଷ ଯାଏ ଖୋଲିବ ନାହିଁ ସ୍କୁଲ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ନୂଆବର୍ଷ ଯାଏ ଖୋଲିବ ନାହିଁ ସ୍କୁଲ । ୩୧ ଡିସେମ୍ବର ଯାଏ ସମସ୍ତ ସ୍କୁଲ ବନ୍ଦ ରହିବ । କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି  ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି । ଡିସେମ୍ବରରେ କରୋନାର ଦ୍ୱିତୀୟ ଲହରୀ ଆସିବା ଆଶଙ୍କା ରହିଛି । ମୁଖ୍ୟମନ୍ତ୍ରୀ କରୋନା ସ୍ଥିତି ସମୀକ୍ଷା କରି ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ପାଇଁ ସତର୍କ ରହିବାକୁ ପରାମର୍ଶ ଦେବା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି । ରାଜ୍ୟରେ ଚଳିତ ବର୍ଷ ମାର୍ଚ୍ଚରୁ ବିଦ୍ୟାଳୟ ବନ୍ଦ ଥିବାରୁ କ୍ଲାସରୁମ୍‌ରେ ପାଠ ପଢା ବନ୍ଦ ରହିଛି ।

କରୋନା ଦ୍ୱିତୀୟ ଲହର ଆଶଙ୍କା ଯୋଗୁ ସ୍ଥଗିତ ରଖିଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ସ୍ୱାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌କୁ ଅପେକ୍ଷା କରାଯାଇଛି । ସ୍ୱାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଚଳିତ ମାସ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବିଦ୍ୟାଳୟ ଖୋଲିବାକୁ ଯୋଜନା ରହିଥିଲା । ବିଦ୍ୟାଳୟ ଖୋଲିବା ପରେ ଆନ୍ଧ୍ରରେ ଯେପରି ସଂକ୍ରମଣ ବଢୁଛି, ସେଭଳି ସ୍ଥିତି ଦେଖାଦେବାର ଆଶଙ୍କା ଥିବାରୁ ବିଭାଗ ନିଷ୍ପତ୍ତି ବଦଳାଇଛି । ଆନ୍ଧ୍ର ସମେତ ଅନ୍ୟ କିଛି ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ ସଂକ୍ରମିତ ହେଉଛନ୍ତି । ସ୍କୁଲ ଖୋଲିବା ପରେ ଆନ୍ଧ୍ରରେ ତିନି ଦିନରେ ୨୬୨ ଛାତ୍ରଛାତ୍ରୀ ଓ ୧୬୦ ଶିକ୍ଷକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେଣୁ ଚିନ୍ତାରେ ପଡିଛନ୍ତି ଓଡ଼ିଶା ସରକାର ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

14 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

24 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

35 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 hours ago