ରାଜ୍ୟ

ଆଳି: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଆଳି (କେନ୍ୟୁଜ): ଜାତୀୟ ରାଜପଥ ଉପରେ ଯୁବକଙ୍କୁ ଗଳାକାଟି ହତ୍ୟା ଅଭିଯୋଗ।କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚନ୍ଦନପୋଖରୀ-ଜୟନଗର ରାସ୍ତାର ଚେରଣ୍ଟପଡ଼ା ଛକ ନିକଟରେ ଘଟିଛି ଏହି ହତ୍ୟାକାଣ୍ଡ। ହତ୍ୟାକାଣ୍ଡରେ ଶିକାର ହୋଇଥିବା ଯୁବକ ହେଉଛନ୍ତି କାଳିକାପୁର ଗାଁର ସୁଧାଂଶୁ ବିଶ୍ୱାଳ(୨୮)।

ଗତକାଲି ୪ଟା ସମୟରେ ରାଜକନିକା ବଜ଼ାରରୁ ସ୍କୁଟିରେ ପରିବା ନେଇ ଘରକୁ ଫେରୁଥିବା ବେଳେ ଚେରଣ୍ଟପଡ଼ା ଛକ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବାର ଲୋକେ ଦେଖିବାକୁ ପାଇଥିଲେ। ସାଙ୍ଗେ ସାଙ୍ଗେ ସ୍ଥାନୀୟ ଲୋକଙ୍କ ସହାୟତାରେ ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କେନ୍ଦ୍ରାପଡା ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସୁଧାଂଶୁଙ୍କର ମୃତ୍ୟୁ ଘଟିଛି। ରାଜକନିକା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ଅନ୍ୟପଟେ ପୁଅକୁ ଧମକ ଚମକ ଦିଆଯିବା ସହ ଟଙ୍କା ମଗା ଯାଉଥିଲା ସେହି କାରଣକୁ ନେଇ ସୁଧାଂଶୁଙ୍କୁ ଗଳାକାଟି ହତ୍ୟା କାରାଯାଇଛି ବୋଲି ତାଙ୍କ ବାପା କହିଛନ୍ତି। ସୁଧାଂଶୁ ୧ମାସ ହେବ ପ୍ରେମ ବିବାହ କରିଥିଲେ।ସେନେଇ ପୋଲିସର ପ୍ରତିକ୍ରୟା ମିଳିପାରିନାହିଁ।

 

Barsha

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

14 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

24 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

33 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

48 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

57 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 hour ago