ମାଲକାନଗିରି : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ମାଲକାନଗିରି : ପୁଣି ଲଜ୍ଜା । ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା । ଏଭଳି ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲାରୁ । କାଲିମେଳା ଥାନା ଭେଜାଙ୍ଗିଓ୍ଵାଡା ଜଙ୍ଗଲରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘରଠାରୁ ମାତ୍ର ଶହେ ମିଟର ଦୂରରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନାବାଳିକାଙ୍କୁ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଗତ ସୋମବାରରୁ ନାବାଳିକା ଜଣକ ନିଖୋଜ ଥିଲେ । ଏନେଇ ଥାନାରେ ଏତଲା ଦେଇଥିଲେ ପରିବାର ଲୋକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.