ପାଚିକା-ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜଭେଟି, ଶାଢ଼ି ପାଇଁ ଦେଲେ ୫୦୦ ଟଙ୍କା ଲେଖାଏଁ ଭତ୍ତା

ରାଜ୍ୟର ସ୍କୁଲଗୁଡିକରେ ନିୟୋଜିତ ପାଚିକା-ସହାୟିକାଙ୍କ ପାଇଁ ୧୧୭ କୋଟି ୭୩ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଏଥିସହ ପ୍ରତି ପାଚିକା ଓ ସହାୟିକାଙ୍କୁ ଶାଢ଼ି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ପାଚିକା-ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରଜଭେଟି। ରାଜ୍ୟର ସ୍କୁଲଗୁଡିକରେ ନିୟୋଜିତ ପାଚିକା-ସହାୟିକାଙ୍କ ପାଇଁ ୧୧୭ କୋଟି ୭୩ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଏଥିସହ ପ୍ରତି ପାଚିକା ଓ ସହାୟିକାଙ୍କୁ ଶାଢ଼ି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି ।

ଶାଢ଼ୀ ପାଇଁ ୪.୪୫ କୋଟି ଟଙ୍କା ଦିଆଯାଇଛି। ରାଜ୍ୟର ୧ ଲକ୍ଷ ୯ ହଜାର ପାଚିକା ଓ ସହାୟିକ ଉପକୃତ ହେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଓ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁ ଗୁରୁତ୍ୱପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି ।

୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ଆପଣମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ୱଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି। ସେମାନେ ମଧ୍ୟାହ୍ନ ଭୋଜନରେ ସ୍ୱଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.