Categories: ରାଜ୍ୟ

ବିଜେଡି କ୍ୟାମ୍ପରେ ପୂର୍ବତନ ଆକାଉଣ୍ଟାଣ୍ଟ ଜେନେରାଲ୍‌ ଅମର ପଟ୍ଟନାୟକ

ଭୁବନେଶ୍ବର : ବିଜେଡି କ୍ୟାମ୍ପରେ ପୂର୍ବତନ ଆକାଉଣ୍ଟାଣ୍ଟ ଜେନେରାଲ୍‌ ଅମର ପଟ୍ଟନାୟକ । ନବୀନ ନିବାସରରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି । ଏହାପରେ ତାଙ୍କୁ ମିଳିଛି ବିଜେଡି ଆଇଟି ସେଲ୍‌ ମୁଖ୍ୟ ଦାୟିତ୍ୱ । ତାଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଅମର ପଟ୍ଟନାୟକ । ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ଅମର ପଟ୍ଟନାୟକ । ସେ ପୂର୍ବରୁ ଓଡ଼ିଶାର ଆକାଉଣ୍ଟାଣ୍ଟ ଜେନେରାଲ୍‌ ଦାୟିତ୍ୱ ତୁଲାଇଥିଲେ । ବିଡିଏ ଓ ସିଡିଏ ଅଧୀନରେ ହୋଇଥିବା ବେଆଇନ୍‌ ଇଚ୍ଛାଧୀନ ପ୍ଲଟ୍‌ ଆବଣ୍ଟନ ଅନିୟମିତତା ମାମଲାର ଖୁଲାସା କରିଥିଲେ ଅମର ପଟ୍ଟନାୟକ । ସେହିପରି ତାଙ୍କ ସମୟରେ ଅଡିଟ୍‌ରୁ ଧରା ପଡ଼ିଥିଲା ଓଡ଼ିଶା ଅଲିମ୍ପିକ୍‌ ଆସୋସିଏସନ୍‌ର ଜମି ଆବଣ୍ଟନ ମାମଲାର ସତ ।

ଅନ୍ଯପଟେ ଅମର ପଟ୍ଟନାୟକ ନିଜ ପ୍ରତିକ୍ରିୟାରେ କହିଛନ୍ତି ବିଜୁ ବାବୁଙ୍କ ଆଦର୍ଶରେ ସେ ଅନୁପ୍ରାଣିତ ହୋଇଥିଲେ । ୧୯୭୯ ମସିହାରେ ପ୍ରଥମେ ବିଜୁ ପଟ୍ଟନାୟକଙ୍କୁ ଭେଟିଥିଲେ । ଏବେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କାମ କରିବାକୁ ସୁଯୋଗ ମିଳିଥିବାରୁ ଖୁସି ପ୍ରକାଶ କରିଛନ୍ତି ଅମର ପଟ୍ଟନାୟକ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago