Below header

କେନ୍ଦୁଝର: ଆମ୍ବୁଲାନ୍ସକୁ ଧକା ଦେଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ରୋଗୀ

ଘଟଗାଁ(କେନ୍ୟୁଜ୍): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବାଟହରିଚନ୍ଦନପୁର ନିକଟରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ୧୦୮ ଆମ୍ବୁଲାନ୍ସ ଟି ଘଟଗାଁ ସ୍ୱାସ୍ଥ୍ୟକେନ୍ଦ୍ରରୁ ଗୁରୁତର ରୋଗୀ ନେଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଯାଉଥିବା ବେଳେ ବାଟହରିଚନ୍ଦନପୁର ନିକଟରେ ଏକ ଟ୍ରକ ଆମ୍ବୁଲାନ୍ସକୁ ଧକାଦେଇଥିଲା।

ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି।  ଆମ୍ବୁଲାନ୍ସରେ ଥିବା ସମସ୍ତେ ସୁରକ୍ଷିତ ଥିବା ଜଣାପଡିଛି। ଦୁର୍ଘଟଣା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ଯୋଗେ ରୋଗୀଙ୍କୁ କେନ୍ଦୁଝର ମେଡିକାଲକୁ ନିଆଯାଇଥିଲା। ଅନ୍ୟପଟେ  ଖବର ପାଇ ପୋଲିସ ଉଭୟ ଦୁର୍ଘଟଣା ଗ୍ରସ୍ତ  ଗାଡିକୁ ଥାନାକୁ ଆଣିବା ସହ ଘଟଣାର ତଦନ୍ତ ଚଳାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.