ରୋଗୀ ନେଇ ଯାଉଥିବାବେଳେ ଆମ୍ବୁଲାନ୍ସ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ

ଜଳେଶ୍ୱର(କେନ୍ୟୁଜ୍): ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ । ଆମ୍ବୁଲାନ୍ସ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ । ଜଳେଶ୍ୱର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଖୁସି ପ୍ଲାଜା ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୁବନେଶ୍ୱର ଏମ୍ସ ହସ୍ପିଟାଲରୁ ଏକ ଆମ୍ବୁଲାନ୍ସ୍‌ ରୋଗୀ ନେଇ ପଶ୍ଚିମବଙ୍ଗ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

ଆମ୍ବୁଲାନ୍ସ୍‌ରେ ଥିବା ୬ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ୫ଜଣ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଭାଗ୍ୟର କଥା ହେଉଛି ମୃତକ ଜଣକ ହେଉଛନ୍ତି ନିଜେ ରୋଗୀ । ଯାହାଙ୍କ ଚିକିତ୍ସା ପାଇଁ ସମ୍ପର୍କୀୟ ଓ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱର ନେଇକି ଆସିଥିଲେ । ଘଟଣାସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.