ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀ ମୃତ, ୩ ଗୁରୁତର

ଯାଜପୁର : ଗଛରେ ପିଟିହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀ ଜୀବନ। ଯାଜପୁର ଜିଲା ବିଞ୍ଝାରପୁର ଥାନା ତାଉନ୍ତରା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ମୃତ ରୋଗୀ ହେଲେ ବିଞ୍ଝାରପୁର ବ୍ଲକ ଟିଣା ପଞ୍ଚାୟତର ଆନନ୍ଦ ଜେନା । ଆନନ୍ଦ କଟକ ମେଡିକାଲରୁ ଚିକିତ୍ସିତ ହୋଇ ଘରକୁ ଫେରୁଥିଲେ। ଫେରିବା ସମୟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।