Categories: ରାଜ୍ୟ

ଏମିତି ଚାଲିଛି ସ୍ୱାସ୍ଥ୍ୟସେବା, ଟଙ୍କା ମାଗି ବିଫଳ ହେବାରୁ ରୋଗୀଙ୍କୁ ଅଧାରାସ୍ତାରେ ଓହ୍ଲାଇ ଦେଲେ ଆମ୍ବୁଲାନ୍ସ କର୍ମଚାରୀ

ଗଞ୍ଜାମ: ଟଙ୍କା ମାଗି ବିଫଳ ହେବାରୁ ରୋଗୀଙ୍କୁ ଅଧାରାସ୍ତାରେ ଓହ୍ଲାଇ ଦେଲେ ଆମ୍ବୁଲାନ୍ସ କର୍ମଚାରୀ। ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଜୁଗୁଡ଼ି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଅନାମ ଦାସଙ୍କ ଦେଢମାସର ଶିଶୁର ସ୍ୱାସ୍ଥ୍ୟ ଖରାପ ହେବାରୁ ବ୍ରହ୍ମପୁର ବ଼ଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ମେଡିକାଲ ପକ୍ଷରୁ ୧୦୮ ଆମ୍ବୁଲାନ୍‌ସ ଯୋଗାଇ ଦିଆଯାଇଥିବା ବେଳେ ଡ୍ରାଇଭର ଅଧାରାସ୍ତାରେ ଅନାମଙ୍କୁ ଟଙ୍କା ମାଗିଥିଲେ।

ସେ ପ୍ରଥମେ ମନା କରିଥିବା ବେଳେ ପରେ ୨ଶହ ଟଙ୍କା ଦେଇଥିଲେ। ତେବେ ଡ୍ରାଇଭର ଟଙ୍କା ଫେରାଇ ଦେଇ ତାଙ୍କୁ ଅଧାରାସ୍ତାରେ ଓହ୍ଲାଇ ଦେଇଥିଲା। ପରେ ସ୍ଥାନୀୟ ବାସିନ୍ଦା ସେମାନଙ୍କୁ ଉଦ୍ଧାର କରି ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେମାନେ ଏହାର ତଦନ୍ତ ସହ ଆମ୍ବୁଲାନସ ଡ୍ରାଇଭର ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏଭଳି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବ୍ରହ୍ମପର ମେଡିକାଲ ଶିଶୁ ବିଭାଗ ମୁଖ୍ୟ।

KNews Bureau

Recent Posts

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

10 mins ago

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ।…

20 mins ago

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

8 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

11 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

11 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

11 hours ago