ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ : ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା

ଆସନ୍ତାକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି । ଅପରାହ୍ନରେ ଶାହ ଭୁବନେଶ୍ୱର ପହଂଚିବେ ଏବଂ ଶନିବାର ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି । ଅପରାହ୍ନରେ ଶାହ ଭୁବନେଶ୍ୱର ପହଂଚିବେ ଏବଂ ଶନିବାର ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି ।

ଖବର ଅନୁଯାୟୀ ଆସନ୍ତାକାଲି ରାତି ୧୦ ଟା ୪୦ ମିନିଟରେ ଭୁବନେଶ୍ୱରରେ ପହଞ୍ଚି ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ। ଶନିବାର ଦିନ ୧୧ ଟା ରୁ ୧୨ ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପରେ ଦିନ ୧୨ ରୁ ସାଢ଼େ ୧୨: ୩୦ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ ରହିଛି । ୧୨:୩୦ ରୁ ଦଳୀୟ ବୈଠକ ପରେ ୦୧: ୨୦ ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ ଅମିତ ଶାହ। ଅପରାହ୍ନ ୨ ଟା ରୁ ୫ ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ୱାର ବୈଠକ ହେବ । ସାନ୍ଧ୍ୟ ୬ ଟା ରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ବି ବୈଠକ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.