ଭୁବନେଶ୍ୱର (କେନ୍ୟୁଜ): ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ । ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ପ୍ରଚାର ପାଇଁ ଶାହଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ରାଜ୍ୟ ବିଜେପିର ନେତା ଓ କର୍ମୀ ଉତ୍ସାହିତ ହୋଇଛନ୍ତି । ରାଜ୍ୟ ସରକାରଙ୍କ ପ୍ରତି ତାଙ୍କର କିପରି ଆଭିମୁଖ୍ୟ ରହିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି । ଅପରାହ୍ନ ୪ଟା ସୋନପୁରରେ ଜନସଭାରେ ଯୋଗ ଦେବେ । ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଅମିତ ଶାହଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ସଭାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦଳର ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟସ୍ତରୀୟ ଶୀର୍ଷ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଶାହ ସୋନପୁର କାର୍ଯ୍ୟକ୍ରମ ସାରି ସନ୍ଧ୍ୟାରେ ଭୁବନେଶ୍ୱର ଆସିବେ । ଏଠାରେ ସେ ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତା ସହ ବୈଠକ କରିବେ ବୋଲି ଜଣାପଡ଼ିଛି । ଏଥର ମା, ମାଟି ଓ ମାତୃଭାଷା ନେଇ ଲଢେଇ ହେବ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଓଡିଆ ଅସ୍ମିତାକୁ ନେଇ ହେବ ଲଢେଇ ଆଗାମୀ ନିର୍ବାଚନରେ ବିଜେପି ସରକାର ଗଢିବା ନେଇ ରଣନୀତି କରିପାରନ୍ତି ଅମିତ ଶାହ ।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…