Below header

ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଧାମନଗରରେ କରିବେ ବିଶାଳ ଜନସଭା

ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୬ ତାରିଖ ଦିନିକିଆ ଗସ୍ତରେ ଆସୁଛନ୍ତି ଶାହା । ପ୍ରଥମେ ଭଦ୍ରକ ଜିଲ୍ଲା ଆରଡି ଠାରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।

ଭୁବନେଶ୍ୱର (କେନ୍ୟୁଜ): ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୬ ତାରିଖ ଦିନିକିଆ ଗସ୍ତରେ ଆସୁଛନ୍ତି ଶାହା । ପ୍ରଥମେ ଭଦ୍ରକ ଜିଲ୍ଲା ଆରଡି ଠାରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।

ଲେଖାଶ୍ରୀଙ୍କ ସୂଚନା ମୁତାବକ, ମାର୍ଚ୍ଚ ୨୬ ତାରିଖରେ ଶାହା ଓଡିଶା ଗସ୍ତରେ ଆସିବେ । ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ବିରାଟ ସାଧାରଣ ସଭା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ଶାହା। କାର୍ଯ୍ୟକର୍ତ୍ତାଙ୍କ ସହ ଭେଟଘାଟ କରିବେ ଏବଂ ମୋରାଲ ସପୋର୍ଟ ଦେବେ । ଜନସଭାରେ ୫୦ ହଜାରରୁ ଉର୍ଦ୍ଧ୍ବ କର୍ମୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଭଦ୍ରକ ଲୋକସଭା ଅନ୍ତର୍ଗତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ଏହି ଜନସଭାରେ ସାମିଲ ହେବେ । ତାପରେ ଭୁବନେଶ୍ୱର ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ ଏବଂ ରଣନୀତି ପ୍ରସ୍ତୁତ କରିବେ । ଶେଷରେ ସେହି ଦିନ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ଅମିତ ଶାହ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.