ଆସନ୍ତା ୧୬ରୁ ୨୨ ତାରିଖ ଭିତରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା: ପୁଣି ଥରେ ସକ୍ରିୟ ହେବ ମୌସୁମୀ

କେନ୍ୟୁଜ୍(ବ୍ୟୁରୋ):ପଛକୁ ପଛ ଲଘୁଚାପ। ବଙ୍ଗୋପସାଗର ଉପରେ ଗୋଟିଏ ଲଘୁଚାପର ପ୍ରଭାବ ରହିଥିବା ବେଳେ ସପ୍ତାହ ଶେଷ ବେଳକୁ ଆଇ ଏକ ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୬ରୁ ୨୨ ତାରିଖ ଭିତରେ ଆଉ ଗୋଟିଏ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପୁଣି ଥରେ ସକ୍ରିୟ ହେବ ମୌସୁମୀ। ସେପଟେ ବଙ୍ଗୋପସାଗରରେ ଦୁର୍ବଳ ହେଲା ଅବପାତ । ଡିପ୍ରେସନ୍‌ ଦୁର୍ବଳ ହୋଇ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏବେ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଓ ବିଦର୍ଭ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ କ୍ଷେତ୍ର । କ୍ରମଶଃ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଲି ବି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ୧୩ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ସମ୍ବଲପୁର, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିଛି । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁୁଦ୍ରକୁ ବାରଣ କରାଯାଇଛି ।

 

Leave A Reply

Your email address will not be published.