ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲା ହେଲେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । କାଲିଠୁ ବର୍ଷା ପରିମାଣ ଅଧିକ ରହିବ ।

ଆସନ୍ତାକାଲି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୩ ଓ ୨୪ ତାରିଖରେ ବର୍ଷାର ପରିମାଣ ବଢିବ । ଜୁନ ୧ରୁ ଏଯାଏ ରାଜ୍ୟରେ ସ୍ୱାଭାବିକଠୁ ୪ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୬ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ, ଗୋଟିଏ ଜିଲ୍ଲାରେ ନିଅଣ୍ଟିଆ ଓ ୨୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.