ଆଜିଠୁ ରାଜ୍ଯରେ ବଢିବ ବର୍ଷାର ପରିମାଣ, ୫ ତାରିଖ ଯାଏଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ମନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବର୍ଷାର ପରିମାଣ ବଢିବ। ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା-କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା କେନ୍ଦୁଝର ଏବଂ ମୟୂରଭଞ୍ଜ ।

୭ ତାରିଖ ଯାଏଁ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୫ ତାରିଖ ଯାଏଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଛି । ଲଘୁଚାପ ବର୍ଷା ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝିପିଝିପି ସହ ପ୍ରବଳ ବର୍ଷା ହୋଇଛି । ଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.