କରୋନା ଯୁଦ୍ଧରେ ହାରିଗଲେ ଅମ୍ରିତ: ଚିକିତ୍ସାଧିନ ଅବସ୍ଥାରେ ଚେନ୍ନାଇରେ ଆଖିବୁଜିଲେ

କେନ୍ଯୁଜ୍: ଆଖିବୁଜିଲେ ଅମ୍ରିତ । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ଯାଗ କରିଛନ୍ତି। ନିକଟରେ ଅମ୍ରିତଙ୍କ ଫୁସଫୁସ ପ୍ରତିରୋପଣ ହୋଇଥିଲା। ଅମ୍ରିତଙ୍କ ବିୟୋଗ ହୋଇଥିବା ନେଇ ତାଙ୍କ ଭଉଣୀ ସୂଚନା ଦେଇଛନ୍ତି ।

ତେବେ କରୋନାରେ ଆକ୍ରାନ୍ତ ହେବା ପରେ ଗୁରୁତର ହୋଇଥିଲେ ଅମ୍ରିତ । ଏହାପରେ ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ କରାଯାଇଥିଲା ତାଙ୍କୁ । ଅର୍ଥ ସଂଗ୍ରହ ପାଇଁ ‘ମିଲାପ’ର ସାହାଯ୍ଯ ନିଆଯାଇଥିଲା  । କରୋନାରେ ପୀଡ଼ିତ ହୋଇ ଅମ୍ରିତଙ୍କ ଫୁସଫୁସ୍‌ ସଂକ୍ରମିତ ହୋଇଥିଲା। ତାଙ୍କୁ ଏକମୋରେ ଚିକିତ୍ସା କରାଇବା ଜରୁରୀ ହୋଇପଡ଼ିବାରୁ ପରିବାରଲୋକ ଜୁନ୍ ୩ ତାରିଖ ଦିନ ଅମ୍ରିତଙ୍କୁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ।

ଏହାପରେ ଭୁବନେଶ୍ବର ଏମସରୁ ତାଙ୍କୁ ଏୟାରଲିଫ୍ଟ କରାଯାଇ ଚେନ୍ନାଇ ନିଆଯାଇଥିଲା। ସେଠାରେ ଦୀର୍ଘ ଦିନ ଧରି ତାଙ୍କର ଏକମୋ ଚିକିତ୍ସା ଚାଲିଥିଲା। ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ଅମ୍ରିତଙ୍କର ଟ୍ରାକୋଷ୍ଟୋମି ଅସ୍ତ୍ରୋପଚାର କରାଯାଇଥିଲା। ଏହା ପରେ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ଉନ୍ନତି ଆସିଥିଲା। ଯାହାଦ୍ବାରା ସେ ଠାର ମାଧ୍ୟମରେ କଥାବାର୍ତ୍ତା କରିପାରୁଥିଲେ। କିନ୍ତୁ ଫୁସଫୁସ୍‌ରେ କୌଣସି ପ୍ରକାର ଉନ୍ନତି ଦେଖା ନଦେବାରୁ ହସ୍ପିଟାଲ ପକ୍ଷରୁ ଫୁସଫୁସ୍ ପ୍ରତିରୋପଣ କରାଯାଇଥିଲା । କିନ୍ତୁ ଶେଷରେ ସେ ଜୀବନ ଯୁଦ୍ଧରେ ହାରିଗଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.