ରାଜ୍ୟ

ଓଡ଼ିଶାରେ ଗଡ଼ିବ ଅମୃତ ଭାରତ ଏକ୍ସପ୍ରେସ, ମାଲଦା ଟାଉନରୁ ବେଙ୍ଗାଲୁରୁ ଯାଏଁ ଚାଲିବ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଗଡ଼ିବ ଅମୃତ ଭାରତ ଏକ୍ସପ୍ରେସ । ଅଯୋଧ୍ୟା ଧାମ ରେଳ ଷ୍ଟେସନରୁ ଭିଡ଼ିଓ କନଫରେନ୍ସିଂରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପିଏମ୍ ମୋଦି ଅଯୋଧ୍ୟା ଧାମରୁ ୨ଟି ଅମୃତ ଭାରତ ଓ ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ସେଥିରୁ ଗୋଟିଏ ଅମୃତ ଭାରତ ଟ୍ରେନ ଓଡ଼ିଶା ଦେଇ ମାଲଦା ଟାଉନରୁ ବେଙ୍ଗାଲୁରୁ ଯାଏଁ ଚାଲିବ।

ଆଜି ସକାଳ ସାଢେ ୭ଟାରେ ଭୁବନେଶ୍ବର ରେଲୱେ ଷ୍ଟେସନରେ ପହଞ୍ଚିବ ଅମୃତ ଭାରତ ଟ୍ରେନ । ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଓଡ଼ିଶାରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ, ବ୍ରହ୍ମପୁର ରେଳ ଷ୍ଟେସନରେ ଏହି ଟ୍ରେନ୍ ଅଟକିବ । ଦେଶର ଏକ ନୂତନ ଧରଣର ସୁପରଫାଷ୍ଟ ଯାତ୍ରୀବାହୀ ଟ୍ରେନ୍ ହେଉଛି ‘ଅମୃତ ଭାରତ ଏକ୍ସପ୍ରେସ’। ଏହା ଏକ ଅଣ-ଶୀତତାପ ନିୟନ୍ତ୍ରିତ କୋଚ୍ ସହିତ LHB କୋଚ ଦ୍ୱାରା ଚଳାଚଳ କରିବ । ଏହା ପୁସ୍ ପୁଲ ଟ୍ରେନ୍ ଭାବେ ଉଭୟ ପାର୍ଶ୍ୱରେ ଇଂଜିନ ସହିତ ଚଳାଚଳ କରିବ। ରେଳ ଯାତ୍ରୀମାନଙ୍କ ପାଇଁ ସୁନ୍ଦର ତଥା ଆକର୍ଷଣୀୟ ଡିଜାଇନ୍ ସିଟ୍, ଉନ୍ନତ ଲଗେଜ୍ ର୍ୟାକ୍, ଉପଯୁକ୍ତ ମୋବାଇଲ ଧାରକ ସହିତ ମୋବାଇଲ ଚାର୍ଜିଂ ପଏଣ୍ଟ, ଏଲଇଡି ଲାଇଟ୍, ସିସିଟିଭି, ସର୍ବସାଧାରଣ ସୂଚନା ବ୍ୟବସ୍ଥା ଭଳି ଉନ୍ନତ ସୁବିଧା ଯୋଗାଇଦେବ।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

18 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

26 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago