ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ବର(କେନ୍ଯୁଜ୍): ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ବୈଠକ। ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ଆସନ୍ତା ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାକୁ ଥିବାରୁ ଏହି କ୍ୟାବିନେଟ୍‌ ବୈଠକ ବେଶ ଗୁରୁତ୍ୱ ବହନ କରୁଛି।

ଗତ ମଙ୍ଗଳବାର ଦିନ କ୍ୟାବିନେଟ୍ ବୈଠକ ବସି ଘର ମରାମତି ସହାୟତା ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ। ପୁଣି ତିନି ଦିନ ବ୍ୟବଧାନ ପରେ କ୍ୟାବିନେଟ୍ ବସୁଥିବାରୁ ଆଉ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି।