କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ପୂରସ୍ତମ ସ୍ବାଇଁ। ପୂରସ୍ତମ କେନାଲ ବନ୍ଧରେ ଯାଉଥିବା ସମୟରେ ପଛପଟୁ ଧକ୍କା ଦେଇଥିଲା ବାଇକ । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ବାଇକ ଆରୋହୀ ଜମପଡା ଗାଁର ଅମର ପରିଡା ଆହାତ ହୋଇ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।
ସୂଚନା ଅନୁସାରେ ଆଜି ସକାଳୁ ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ । ଟ୍ରକ୍ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।