Below header

ପଟ୍ଟାମୁଣ୍ଡାଇ ସିମିଳିଆ ଗାଁରେ ଅଭାବନୀୟ ଘଟଣା: ଜମିବାଡ଼ି ବିବାଦକୁ ନେଇ ସଂଘର୍ଷରେ ଜଣେ ମୃତ, ୫ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ସିମିଳିଆ ଗାଁରେ ଅଭାବନୀୟ ଘଟଣା । ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହାତ ହୋଇଛନ୍ତି। ଗୁରୁତରଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ପୋଲିସ ଛାନବିନ୍‌ ଆରମ୍ଭ କରିବା ସହ ମୁଖ୍ୟ ଅଭିଯୁକ୍ତ ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଥିବା ପଟ୍ଟାମୁଣ୍ଡାଇ ଏସଡିପିଓ ରଞ୍ଜନ କୁମାର ଦେ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.