ରାଜ୍ୟ

ନନ୍ଦନକାନନରେ ହଳଦିଆ ଆନାକୋଣ୍ଡାର ମୃତ୍ୟୁ, ବହୁ ଦିନ ଥିଲା ଅସୁସ୍ଥ

ଭୁବନେଶ୍ୱର (କେନ୍ୟୁଜ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। । ଏକ ୧୪ ମାସର ଅନାକୋଣ୍ଡା ସାପର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ବର୍ତ୍ତମାନ ଆଉ ୯ଟି ଆନାକୋଣ୍ଡା ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅଛନ୍ତି । ଏ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

କିଛି ଦିନ ହେବ ଆନାକୋଣ୍ଡାଟି ଅସୁସ୍ଥ ହୋଇ ପଡ଼ିଥିଲା। ପ୍ରାଣୀ ଚିକିତ୍ସକମାନେ ତାର ଚିକିତ୍ସା କରୁଥିଲେ। ଗତକାଲିଠୁ ଆନାକୋଣ୍ଡାଟି ଖାଦ୍ୟ ଗ୍ରହଣ କରୁ ନଥିଲା। ଏହାସହ ବୁଲାବୁଲି କରି ନପାରି ଗୋଟିଏ ସ୍ଥାନରେ ପଡି ରହିଥିଲା। ଆଜି ସକାଳେ ଆନାକୋଣ୍ଡାଟିର ମୃତ୍ୟୁ ଘଟିଛି।

୨୦୧୯ ମସିହା ଅକ୍ଟୋବର ୧୯ ତାରିଖରେ ଚେନ୍ନାଇର ମାଡ୍ରାସର କୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟ ପକ୍ଷରୁ ଉପହାରରେ ୮ଟି ହଳଦିଆ ରଙ୍ଗର ଆନାକୋଣ୍ଡା ନନ୍ଦନକାନନକୁ ଆସିଥିଲା। ଏହି ଆନାକୋଣ୍ଡାରଟି ୮ଟି ମଧ୍ୟରୁ ଅନ୍ୟତମ।

Barsha

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

28 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

50 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago