Below header

କାଲିଠାରୁ ସକାଳୁଆ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ସକାଳ ୭ ରୁ ଦିନ ୧୦ଟା ପର୍ଯ୍ୟନ୍ତ ପାଠ ପଢିବେ ଛାତ୍ରଛାତ୍ରୀ

ଆସନ୍ତା କାଲିରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ ।ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଆସନ୍ତା କାଲିରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ । ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ । ଏହି ସମୟରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଆସନ୍ତାକାଲିଠାରୁ ପୁଣି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢ଼େ ୧୧ ବଦଳରେ ସାଢ଼େ ୬ରୁ ୧୧ଟା ଯାଏଁ କ୍ଲାସ ଚାଲିବ। ଗ୍ରୀଷ୍ମ ପ୍ରବାହ ସ୍ଥିତି ଦେଖି ଜିଲ୍ଲାପାଳମାନେ ଚାହିଁଲେ କ୍ଲାସ୍ ଟାଇମିଂରେ ପରିବର୍ତ୍ତନ କରିପାରିବେ। ଗତକାଲି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା । କାଲିଠୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ । ସ୍କୁଲରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଏପ୍ରିଲ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିଥିଲା ।

ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଅସହ୍ୟ ତାତି । ଯେପରି ଆକାଶରୁ ଅଗ୍ନିବର୍ଷା ହେଉଛି । ଏପଟେ ଖରାକୁ ବାହାରିବା ସମୟରେ ସାଙ୍ଗରେ ପାଣି ବୋତଲ, ଓଦା ଗାମୁଛା ବା କପଡ଼ା ସମେତ ଛତା ଓ କଳା ଚଷମା ନେଇ ଘରୁ ବାହାରିବାକୁ ପରାମର୍ଶ ଦିଆଯାଉଛି । ପ୍ରବଳ ଖରା ହେବା ସମୟରେ ଘରୁ ନବହାରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର । ସକାଳ ୯ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖରାରେ ନବାହରିବାକୁ କୁହାଯାଇଛି । ଅତି ଜରୁରୀ କାମ ଥିଲେ ସମସ୍ତ ପ୍ରକାରର ପ୍ରିକସନ ନେଇ ବାହାରକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.