Below header

ପାରିଶ୍ରମିକ ବୃଦ୍ଧି ପରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ବର(କେନ୍ୟୁଜ୍) : ପାରିଶ୍ରମିକ ବୃଦ୍ଧି ପରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଅଙ୍ଗନବାଡ଼ି କର୍ମୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି । ଶହ ଶହ ଅଙ୍ଗନବାଡ଼ି କର୍ମୀ ବିଜେଡି ରାଜ୍ୟ କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ବାହାରି ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ।

angan ଅଙ୍ଗନବାଡ଼ି, ମିନି ଅଙ୍ଗନବାଡ଼ି ଓ ହେଲପରଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ୬ ହଜାର ଟଙ୍କାରୁ ୭ ହଜାର ୫ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.