Below header

ଯାଜପୁର : ଅଲ ଓଡିଶା ଅଙ୍ଗନବାଡି ଲେଡିଜ ୱାରକର୍ସ ଆସୋସିଏସନ ପକ୍ଷରୁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

ଯାଜପୁର ଟାଉନ: ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ପ୍ରଦାନ,କର୍ମୀଙ୍କୁ ସର୍ବନିମ୍ନ ୧୮ ହଜାର ଟଙ୍କା ଦରମା,ସହାୟିକା ମାନଙ୍କୁ ୯ ହଜାର ଟଙ୍କା ପ୍ରଦାନ,ସୁପରଭାଇଜର ପଦବୀ କୁ ପଦୋନ୍ନତି ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବୀ କରି ଆଜି ଅଲ ଓଡିଶା ଅଙ୍ଗନବାଡି ଲେଡିଜ ୱାରକର୍ସ ଆସୋସିଏସନ ପକ୍ଷରୁ ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଛି । ଆସୋସିଏସନର ଶତାଧିକ ସଦସ୍ୟା କିଆନାଳି ଛକରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳ ଅଫିସ ନିକଟରେ ପହିଂଚି ଥିଲେ । ବାରମ୍ବାର ଏଭଳି ଦାବୀ କରାଯାଇ ଆସୁଥିଲେ ହେଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ କରିଥିଲେ । ଆଗାମୀ ଦିନରେ ଦାବୀ ପୁରଣ ନହେଲେ ଆନ୍ଦୋଳନକୁ ତିବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.