ଆଜି ସ୍ମାର୍ଟ ସେବାରେ ଯୋଡ଼ି ହେବ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଅନୁଗୋଳ/ଢେଙ୍କାନାଳ(କେନ୍ଯୁଜ୍): ଆଜି ସ୍ମାର୍ଟ ସେବାରେ ଯୋଡ଼ି ହେବ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ପ୍ରାୟ ୧୧ଟାରେ ଅନୁଗୋଳ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ BSKY ସ୍ମାର୍ଟ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଥାନା ଛକରୁ ଆରମ୍ଭ ହୋଇଥିବା ହେଲ୍‌ଥ କରିଡ଼ରର ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି । ଏଥିରେ ବହୁ ଆକର୍ଷଣୀୟ କାରୁକାର୍ଯ୍ୟ ରହିଛି ।

ଏହାପରେ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟାରେ ଢେଙ୍କାନାଳ ମିନି ଷ୍ଟାଡିୟମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମୁତୟନ ହୋଇଛନ୍ତି ପୋଲିସ ଫୋର୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.