ରାଜ୍ୟ

ଭିମସାର ଆଉ ୧୦ ଜଣ କରୋନା ସଂକ୍ରମିତ, ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି

ସମ୍ବଲପୁର (କେନ୍ୟୁଜ): ବୁର୍ଲା ଭିମସାରରେ ପୁଣି କରୋନା କାୟା। ୧୦ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି । ସମସ୍ତଙ୍କୁ ଭୀମସାର ଆଇସୋଲେସନରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଭୀମସାର ଡିନ୍‌ ପ୍ରଫେସର ଡକ୍ଟର ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି। ପୂର୍ବରୁ ୬୪ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ। ଏଥିସହିତ ୨୧ ଜଣଙ୍କ ସ୍ୱାବ ନମୁନା ଜେନମ ସିକ୍ୟୁଏନସିଂ ପାଇଁ ଭୁବନେଶ୍ୱର ସ୍ଥିତ ILSକୁ ପଠାଯାଇଛି। ଭୀମସାର ଛାତ୍ରଛାତ୍ରୀ କରୋନା ଚିହ୍ନଟ ପରେ MBBSର ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷ ଅଫଲାଇନ୍‌ ପରୀକ୍ଷା ବାତିଲ୍‌ କରାଯାଇଛି। ଭିମସାରରେ ସଂକ୍ରମଣରେ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ତାହା ଏବେ ଚିନ୍ତାର କାରଣ ପାଲଟିଛି।

ସୂଚନାଯୋଗ୍ୟ, ଭିମସାରରେ କିଛି ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ ସରକାରୀ ଘରଗୁଡ଼ିକୁ ଯଥାକ୍ରମେ ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରର ୬ ନମ୍ବର ଓ୍ୱାର୍ଡରେ ଥିବା ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଥିଲା। ସେହିପରି ସେହି ଅଞ୍ଚଳରେ ଥିବା ଅନ୍ୟ ୪ଟି ହଷ୍ଟେଲ ସମେତ ପାଖରେ ଥିବା ଷ୍ଟାଫ୍‌ମାନଙ୍କ ସରକାରୀ ଘରଗୁଡ଼ିକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଥିଲା।

 

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

14 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

22 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

37 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

43 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

57 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago