Below header

ରାଜ୍ୟରେ ଆଜି ୧୧ ହଜାର ୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ, ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ ସୁସ୍ଥ

ପୁଣି ଆଶ୍ବସ୍ତିକର ଖବର ଦେଲା ସ୍ବାସ୍ଥ୍ୟ ବିଭାଗ।  ରାଜ୍ୟରେ ଆଜି ୧୧ ହଜାର ୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୧୯୨୧ ଆକ୍ରାନ୍ତ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ  ଟ୍ବିଟ ମାଧ୍ୟମରେ  ଏହି ସୂଚନା ଦିଆଯାଇଛି ।  ଆଜିର ସୁସ୍ଥଙ୍କୁ ମିଶାଇ  ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୩୫୩ରେ ପହଞ୍ଚିଛି।

ଆଜିର ସୁସ୍ଥଙ୍କ ମଧ୍ୟରେ  ସୁନ୍ଦରଗଡ଼ରୁ ୧୯୨୧,ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗୀରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ୱରରୁ ୨୬୦ ଜଣ ସୁସ୍ଥ ହୋଇଛନ୍ତି ।

 

ସେହିପରି ଯାଜପୁରରୁ ୨୩୭, ଗଂଜାମରୁ ୨୩୩,ନୂଆପଡାରୁ ୨୨୯, କେନ୍ଦ୍ରାପଡାରୁ ୨୦୩, ଦେଓଗଡ଼ରୁ ୧୯୯, ମୟୁରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪, ଜଗତସିଂହପୁରରୁ ୧୪୨, ରାୟଗଡାରୁ ୧୩୭, ସୋନପୁରରୁ ୧୩୪, ଢେଙ୍କାନାଳରୁ ୧୨୯, ଗଜପତିରୁ ୧୨୦, କୋରାପୁଟରୁ ୧୨୦, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଏବଂ ଷ୍ଟେଟ ପୁଲରୁ ୩୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.