ସୁନ୍ଦରଗଡ଼ରୁ ୨୩ଜଣ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରୁ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ଆଜି ରାଜ୍ୟରୁ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୨୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୨୦ଜଣ, ସମ୍ବଲପୁରରୁ ୧୯ଜଣ, ଅନୁଗୁଳରୁ ୧୩ଜଣ, ଯାଜପୁରରୁ ୮ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୬ଜଣ, କେନ୍ଦୁଝରରୁ ୪ଜଣ, ନୂଆପଡ଼ାରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ୩ଜଣ ଓ ଦେବଗଡ଼ରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୩ଜଣ, ଝାରସୁଗୁଡ଼ାରୁ ୩ଜଣ, ଖୋର୍ଧାରୁ ୩ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୨ଜଣ, ମୟୁରଭଞ୍ଜରୁ ୨ଜଣ, ସୁବର୍ଣ୍ଣପୁରରୁ ୨ଜଣ, ବାଲେଶ୍ବରରୁ ଜଣେ, ବୌଦ୍ଧରୁ ଜଣେ, କଳାହାଣ୍ଡିରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି।ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୩୩୧୬୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.