ରାଜ୍ୟ

ସ୍ମାର୍ଟ ସିଟି ଭୁବନେଶ୍ବରରେ କରୋନା ବଢ଼ାଇ ଚାଲିଛି କାୟା, ଆଜି ପୁଣି ୧୬ ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍ (ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ବରରେ ମୁଣ୍ଡ ବିନ୍ଧାର କାରଣ ସାଜିଛି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା କମିବା ବଦଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଯାହା ପ୍ରଶାସନର ଚିନ୍ତା ବଢାଇ ଦେଇଛି। ଆଜି ଭୁବନେଶ୍ୱରରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ ୨ଜଣ ହୋମ କ୍ବାରେଣ୍ଟାଇନରେ ଥିବା ବେଳେ ୧୪ଟି ଲୋକାଲ କେସ୍ ରହିଛି । ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ହେଉଛନ୍ତି ଜଣେ ୩୫ ବର୍ଷୀୟ ପୁରୁଷ। ସେ କୋଲକାତାରୁ ଫେରିଥିଲେ। ତାଙ୍କ ଘର ଯଦୁପୁର ଅଞ୍ଚଳରେ। ଏନେଇ ଭୁବନେଶ୍ୱର ମହାନଗର ନଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି।

ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ହେଉଛନ୍ତି ୨୧ ବର୍ଷୀୟ ମହିଳା। ସେ ବିଜୟୱାଡାରୁ ଫେରିଥିଲେ। ତାଙ୍କ ଘର ଡେଲଟା କଲୋନୀ ଅଞ୍ଚଳରେ। ୧୪ ଲୋକାଲ କେସ୍‌ ମଧ୍ୟରୁ ୯ ଜଣ ଘରୋଇ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ପୁରୁଷ ଥିବା ବେଳେ ୪ ଜଣ ମହିଳା।

ସେହିପରି ଅନ୍ୟ ପାଞ୍ଚ ଜଣଙ୍କ ମଧ୍ୟରେ ଜଣେ ସୁନ୍ଦରପଦା ଅଭିରାମ ବସ୍ତିରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ପୁରୁଣା ଭୁବନେଶ୍ବର ମହତାବ ରୋଡରୁ, ଆଉ ଦୁଇ ଜଣ ବିଡ଼ିଏ କଲୋନୀର ବୋଲି ଜଣାପଡ଼ିଛି। ଅନ୍ୟ ଜଣେ ଆକ୍ରାନ୍ତ ଝାରପଡ଼ା ଜେଲ୍ ନିକଟରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଚାରି ଜଣ ପୁରୁଷ ହୋଇଥିବା ବେଳେ ଜଣେ ମହିଳା ଥିବା ଜଣାପଡ଼ିଛି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୩୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଆକ୍ରାନ୍ତ ଚିହ୍ନଟ ହେଉଥିବା ଅଞ୍ଚଳକୁ ସାନିଟାଇଜ୍‌ କରାଯାଉଛି।

KNews Bureau

Recent Posts

ମିଥ୍ୟା ଗୁଜବ ପ୍ରସାରଣରୁ ନିବୃତ୍ତ ରୁହନ୍ତୁ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ‘X’ରେ ପରାମର୍ଶ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି, ସ୍ୱାଧୀନତା ଦିବସ ଠାରୁ ଓଡ଼ିଶାରେ ବନ୍ଦ ହେବ ଦେଶୀ ବିଦେଶୀ ମଦ…

10 mins ago

ସମୁଦ୍ରକୁ ମାଛ ଧରିବାକୁ ବାହାରିଲେ ୨୦୦ରୁ ଅଧିକ ବୋଟ୍, ବରୁଣ ଦେବଙ୍କୁ କଲେ ଆବାହନ

ପାରାଦୀପ (କେନ୍ୟୁଜ):  ପୁଣି ଥରେ ଚଳଚଂଚଳ ହୋଇ ଉଠିଛି ପାରାଦୀପ ମାଛଧରା ବନ୍ଦର । ମାଛ ବଂଶ ବୃଦ୍ଧି ପାଇଁ ଉଭୟ…

41 mins ago

ଅଯୋଧ୍ୟାରୁ ଦର୍ଶନ ସାରି ଫେରୁଥିଲେ; ରାସ୍ତାରେ କାର୍‌ରେ ଲାଗିଲା ନିଆଁ, ଜୀବନ୍ତ ଦଗ୍ଧ ହେଲେ ପତ୍ନୀ

ବିହାରର ସାରଣ ଜିଲ୍ଲାର ଛାପରାରେ ଏକ ହୃଦୟବିଦାରକ ଘଟଣା ଘଟିଛି । ଏଠାରେ ଏକ ଚଳନ୍ତା କାର୍‌ରେ ନିଆଁ ଲାଗି…

42 mins ago

ରଜ ସଂକ୍ରାନ୍ତିରେ ଅଘଟଣ: ପୋଖରୀରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ

ରେଢାଖୋଲ (କେନ୍ୟୁଜ): ରେଢାଖୋଲରେ ଅଘଟଣ ।  ପୋଖରୀରେ ବୁଡ଼ି ୨ଭାଇଙ୍କ ମୃତ୍ୟୁ ।  ରେଢାଖୋଲ ସହର କଳିନ୍ଦର ସାହିରେ ଏହି…

52 mins ago

ଉତ୍ତରାଖଣ୍ଡ: ରୁଦ୍ରପ୍ରୟାଗରେ ନଦୀକୁ ଖସିଲା ଯାତ୍ରୀବାହୀ ଗାଡି, ଗାଡିରେ ଥିଲେ ୨୩ ଯାତ୍ରୀ

ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଯାତ୍ରୀବାହୀ ଗାଡି ଅଳକାନନ୍ଦା ନଦୀରେ ଖସିପଡିଥିବା ଖବର ମିଳିଛି ।…

59 mins ago

ଆତିଥ୍ୟ ପାଇଁ ଇଟାଲୀ ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୋଦି, ଭିନ୍ନ ଅନ୍ଦାଜରେ ସେଲଫି ନେଲେ ମୋଦି ଏବଂ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଇଟାଲୀରୁ ଫେରିବା ପରେ ସେଠିକାର ଆତିଥ୍ୟକୁ…

1 hour ago