Below header

ରାଜ୍ୟରେ ଆଜି ୧୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଆଜି ୧୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ । ୨୮ ଜିଲ୍ଲାରୁ ଆଜି ଏହି ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ ସର୍ବାଧିକ ସୁସ୍ଥ ହୋଇଛନ୍ତି ଗଞ୍ଜାମ ଜିଲ୍ଲାର । ଏହା ସହିତ ଖୋର୍ଦ୍ଧାର ୩୫୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ ଜଣ, ଯାଜପୁର ଜିଲ୍ଲାରୁ ୮୬ ଜଣ, ଗଜପତି ଜିଲ୍ଲାରୁ ୬୫ ଜଣ, କଟକ ଜିଲ୍ଲାରୁ ୬୩ ଜଣ, କୋରାପୁଟ ଜିଲ୍ଲାରୁ ୬୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬୦ ଜଣ ଓ କନ୍ଧମାଳ ଜିଲ୍ଲାରୁ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ରାୟଗଡ଼ା ଜିଲ୍ଲାରୁ ୪୨ ଜଣ, ନୟାଗଡ଼ ଜିଲ୍ଲାରୁ ୪୧ ଜଣ, ମାଲକାନଗିରି ଜିଲ୍ଲାରୁ ୩୯ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨୯ ଜଣ, ବରଗଡ଼ ଜିଲ୍ଲାରୁ ୨୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ ଜଣ, ପୁରୀ ଜିଲ୍ଲାରୁ ୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୪୮୫୭୬ରେ ପହଞ୍ଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.