ଅନୁଗୁଳ ଜିଲ୍ଲା ୩୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରୁ ୨୪୪ଜଣ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୪୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ  ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହିତ ସମ୍ବଲପୁରରୁ ୨୮ଜଣ, ବରଗଡ଼ରୁ ୨୪ଜଣ, କଟକରୁ ୨୩ଜଣ, ସୁନ୍ଦରଗଡ଼ରୁ ୧୭ଜଣ, ଯାଜପୁରରୁ ୧୫ଜଣ, ଝାରସୁଗୁଡ଼ାରୁ ୧୫ଜଣ,ବାଲେଶ୍ବରରୁ ୧୪ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, ବଲାଙ୍ଗୀରରୁ ୮ଜଣ, କେନ୍ଦୁଝରରୁ ୭ଜଣ, ଖୋର୍ଧାରୁ ୭ଜଣ, ଜଗତସିଂହପୁରରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ମୟୁରଭଞ୍ଜରୁ ୬ଜଣ, କଳାହାଣ୍ଡିରୁ ୪ଜଣ, ମାଲକାନଗିରିରୁ ୪ଜଣ, ବୌଦ୍ଧରୁ ୩ଜଣ, ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ୩ଜଣ, ସୁବର୍ଣ୍ଣପୁରରୁ ୩ଜଣ, ନୂଆପଡ଼ାରୁ ୨ଜଣ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, କନ୍ଧମାଳରୁ ଜଣେ, କୋରାପୁଟରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କୁ ମିଶାଇ ସୁସ୍ଥ ସଂଖ୍ୟା ୩୨୭୫୩୪ରେ ପହଞ୍ଚିଥିବା ଟ୍ବିଟ ଯୋଗେ ସୂଚନା ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।