ଭୁବନେଶ୍ବରରୁ ଆଜି ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୩୪୨ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ବରୁରୁ ଆଜି ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୭୧ ଓ ଲୋକାଲା କଣ୍ଟାକ୍ଟ କେସରୁ ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି  ଭୁବନେଶ୍ବରରେ  ୩୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।

କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଅଛନ୍ତି ସହିଦନଗରରୁ ୫ ଜଣ, ବିଜେବି ନଗର, ପୁରୁଣା ଭୁବନେଶ୍ୱରରୁ ୪-୪ ଜଣ, ପଳାଶୁଣୀ, ଶ୍ୟାମପୁର, ବରମୁଣ୍ଡା, ଚନ୍ଦ୍ରଶେଖରପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଲୋକାଲ କଣ୍ଟାକ୍ଟ କେସ୍  ଯୋଗୁଁ  ନୟାପଲ୍ଲୀରୁ ୧୯ ଜଣ, ବରମୁଣ୍ଡା ଓ ୟୁନିଟ-୯ରୁ ୧୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ପୁରୁଣା ଭୁବନେଶ୍ୱର, ଆଇଆରସି ଭିଲେଜରୁ ୮-୮ ଜଣ, ପଟିଆ, ରସୁଲଗଡ଼ରୁ ୭ ଜଣ ଲେଖାଏଁ, ୟୁନିଟ-୬ ଓ ୟୁନିଟ-୮ରୁ ୬ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ବରରେ  ୨୬ ହଜାର ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୨ ହଜାର ୮୬୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୨୭୨ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୨୩ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.