ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୩୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ଆଜି ରାଜ୍ୟରୁ ୩୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ  ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଅନୁଗୁଳ ଜିଲ୍ଲାରୁ ୪୧ଜଣ, ନୂଆପଡ଼ାରୁ ୨୭ଜଣ, ଖୋର୍ଧାରୁ ୨୦ଜଣ, ସମ୍ବଲପୁରରୁ ୧୯ଜଣ, ମୟୁରଭଞ୍ଜରୁ ୧୮ଜଣ, କଟକରୁ ୧୫ଜଣ, ପୁରୀରୁ ୧୫ଜଣ, ବଲାଙ୍ଗୀରରୁ ୧୪ଜଣ, କେନ୍ଦ୍ରାପଡ଼ାରୁ ୧୩ଜଣ, ବାଲେଶ୍ବରରୁ ୧୧ଜଣ, ଯାଜପୁରରୁ ୯ଜଣ, ବରଗଡ଼ରୁ ୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

 

ସେହିପରି କେନ୍ଦୁଝରରୁ ୫ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୩ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୨ଜଣ, ନୟାଗଡ଼ରୁ ୨ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, କୋରାପୁଟରୁ ଜଣେ, ନବରଙ୍ଗପୁରରୁ ଜଣେ,ରାୟଗଡ଼ାରୁ ଜଣେ ଓ ଷ୍ଟେଟପୁଲରୁ ୧୦ଜଣ ଲେଖାଏଁ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କୁ  ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩୨୫୭୩୩ରେ ପହଞ୍ଚିଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.